Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
3 ଜାନୁଆରୀରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି
FMNEWS.IN
01-01-2025
(FMNews):-- ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଗୁରୁବାର ଦିନ ଭୁବନେଶ୍ୱର ଆସିବେ। େ ୩ ତାରିଖରେ ଶପଥ ଗ୍ରହଣ କରିବେ।
ମିଳିଥିବା ସୂଚନା ଅନୁସାରେ ରାଜଭବନରେ ତାଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଶପଥ ପାଠ କରାଇବେ।
ସୂଚନା ଅନୁଯାୟୀ ନବନିଯୁକ୍ତ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଅପରାହ୍ଣ ୩ଟା ବେଳେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ।
ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ. ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୫ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ କରିଥିଲେ। ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଥିଲେ ଏବଂ ତାଙ୍କ ସ୍ଥାନରେ ମିଜୋରାମର ରାଜ୍ୟପାଳ ଥିବା ଡକ୍ଟର ହରି ବାବୁ କମ୍ଭମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ।