BIG NEWS
କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ : ଅଣ-ଋଣ ପ୍ରାପ୍ତି ଏବଂ ମୋଟ ବ୍ୟୟ ଯଥାକ୍ରମେ 36.5 ଲକ୍ଷ କୋଟି ଟଙ୍କା ଏବଂ 53.5 ଲକ୍ଷ କୋଟି ଟଙ୍କା ଆକଳନ
ବଜେଟ୍‌ ଗରିବ ବିରୋଧି : କଂଗ୍ରେସ
କର୍ପୋରେଟ ଜଗତ ପାଇଁ ଏହି ବଜେଟ, ସାଧାରଣ ଜନତା ଉପେକ୍ଷିତ: ଭକ୍ତ

ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବାକୁ ମତ୍ସ୍ୟଜିବୀଙ୍କୁ ବାରଣ

FMNEWS.IN 27-10-2025
Fishermen banned from going to sea till 29th

ଭୁବନେଶ୍ୱର, ୨୭ ଅକ୍ଟୋବର- ସମ୍ଭାବ୍ୟ ବାତ୍ୟା ମୋନ୍ଥା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିପାରେ । ଏଣୁ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଦକ୍ଷିଣପଶ୍ଚିମ ତତ୍ସଂଲଗ୍ନ କେନ୍ଦ୍ରିୟ ବଙ୍ଗୋପସାଗର, ଓଡ଼ିଶା ଉପକୂଳ ଓ ବାହାରକୁ ମାଛ ଧରିବାକୁ ଯିବାକୁ ମତ୍ସ୍ୟଜିବୀଙ୍କୁ ବାରଣ କରାଯାଇଛି । ସେହିପରି ୨୮ରୁ ୨୯ ତାରିଖ ପଶ୍ଚିମବଙ୍ଗ ଉପକୂଳ ଓ ବାହାରକୁ ମାଛ ଧରିବାକୁ ଯିବାକୁ ମତ୍ସ୍ୟଜିବୀଙ୍କୁ ବାରଣ କରାଯାଇଛି । ଏପରିକି ଯେଉଁମାନେ ମାଛ ଧରିବାକୁ ସମୁଦ୍ରକୁ ଯାଇଛନ୍ତି ସେମାନେ ତୁରନ୍ତ ଫେରି ଆସିବାକୁ କୁହାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।