Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ବିୟୋଗ
FMNEWS.IN
22-12-2024
ଭୁବନେଶ୍ୱର, 22 ଡିସେମ୍ବର - ଭୁବନେଶ୍ଵର ମଧ୍ୟ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କର ରବିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ରବିବାର ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ। କିନ୍ତୁ ହସ୍ପିଟାଲରେ ପହଞ୍ଚିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିଜୟ ହୃଦରୋଗରେ ପୀଡ଼ିତ ଥିବା ସୂଚନା ମିଳିଛି। ଡାକ୍ତରଖାନାରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି। ୨୦୦୯ ଏବଂ ୨୦୧୪ ମସିହାରେ ସେ ବିଜେଟି ଟିକେଟରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ମୃତ୍ୟୁ ପରେ ନିର୍ବାଚନମଣ୍ଡଳୀ ସମେତ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।