Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ବିୟୋଗ
FMNEWS.IN
22-12-2024
ଭୁବନେଶ୍ୱର, 22 ଡିସେମ୍ବର - ଭୁବନେଶ୍ଵର ମଧ୍ୟ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କର ରବିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ରବିବାର ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ। କିନ୍ତୁ ହସ୍ପିଟାଲରେ ପହଞ୍ଚିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିଜୟ ହୃଦରୋଗରେ ପୀଡ଼ିତ ଥିବା ସୂଚନା ମିଳିଛି। ଡାକ୍ତରଖାନାରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି। ୨୦୦୯ ଏବଂ ୨୦୧୪ ମସିହାରେ ସେ ବିଜେଟି ଟିକେଟରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ମୃତ୍ୟୁ ପରେ ନିର୍ବାଚନମଣ୍ଡଳୀ ସମେତ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।