- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଆଦିବାସୀଙ୍କ ଜମି କିଣିବେ ସରକାର, ଖୁବଶୀଘ୍ର ଗଠନ ହେବ କର୍ପସ ଫଣ୍ଡ
ଭୁବନେଶ୍ୱର, 22 ମେ : ଏଣିକି ସରକାର କିଣିବେ ଆଦିବାସୀଙ୍କ ଜମି । ଅନୁସୂଚିତ ଜନଜାତି ଓ ଜାତି ବର୍ଗର ଲୋକଙ୍କ ଜମି କିଣିବେ ରାଜ୍ୟ ସରକାର । ଏଥିପାଇଁ ଖୁବଶୀଘ୍ର ସରକାର କର୍ପସ ଫଣ୍ଡ ଗଠନ କରିବାକୁ ଚିନ୍ତା କରୁଛନ୍ତି ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଏଥିପାଇଁ ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସରକାରୀ କମିଟି ଗଠନ କରାଯାଇଛି । କମିଟିରେ ଏସସି, ଏସଟିବିଭାଗରର ପ୍ରମୁଖ ସଚିବ, ଏସସି, ଏସଟିବିଭାଗର ନିର୍ଦ୍ଦେଶକ, ବିଶେଷଜ୍ଞ, କିଛି ଅଭିଜ୍ଞ ଅଧିକାରୀ ରହିବେ । ସେମାନେ ଏ ବାବଦରେ ନିରୀକ୍ଷଣ କରି ରିପୋର୍ଟ ଦେବେ । ଏହାସହ ଅନୁସୂଚିତ ଜନଜାତି ଓ ଜାତି ମାନଙ୍କର ସଙ୍ଗଠନ, ବିଭିନ୍ନ ରାଜନୈତିକ ଦଳ, ଏସସି, ଏସଟିବିଭାଗର ଗୃହ କମିଟି, ବିଧାୟକ ମାନଙ୍କର ପରାମର୍ଶ ମଧ୍ୟ ନିଆଯିବ । ସମସ୍ତଙ୍କ ପରାମର୍ଶ ନେଇ କମିଟି ରିପୋର୍ଟ ଦେଲାପରେ ନିଷ୍ପତି ନିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ।
ଝିଅ ବାହାଘର, ସ୍ବାସ୍ଥ୍ୟ ଚିକିତ୍ସା ଏବଂ ପିଲାଙ୍କ ଉଚ୍ଚ ଶିକ୍ଷା ପାଇଁ ଜମି ବିକ୍ରି କରିବାକୁ ଚାହୁଁଥିଲେ ସରକାର କିଣିବେ । ସରକାର ଉକ୍ତ ଜମିକୁ 2ରୁ 3 ବର୍ଷ ପର୍ଯ୍ୟନ୍ତ ସୁରକ୍ଷିତ କରି ରଖିବେ । ଏବଂ ପରେ ଜମି ମାଲିକ ଚାହିଁଲେ ପୁଣି ସରକାରଙ୍କ ଠାରୁ ସେହି ଜମି କିଣିପରିବେ । କିନ୍ତୁ ଯଦି ଜମି ମାଲିକ ଆଉ ଜମି ଫେରାଇ ନେବାକୁ ଚାହିଁବେ ନାହିଁ, ତେବେ ଅନୁସୂଚିତ ଜନଜାତି ଲୋକଙ୍କ ପାଖରୁ କିଣା ଯାଇଥିବା ଜମି ସେହି ବର୍ଗର ଲୋକଙ୍କୁ ହିଁ ନିଲାମ କରାଯିବ ଏବଂ ଅନୁସୂଚିତ ଜାତି ବର୍ଗର ଲୋକଙ୍କ ଜମି ସେହି ବର୍ଗର ଲୋକଙ୍କୁ ନିଲାମ କରାଯିବ ବୋଲି ସୁରେଶ ପୂଜାରୀ କହିଛନ୍ତି ।