- ବଳଙ୍ଗା ନାବାଳିକାଙ୍କୁ ପୋଡି ମାରିବା ଉଦ୍ୟମ ଘଟଣା : ରୂପା ମୁଦିକୁ ନେଇ ଖୋଳତାଡ଼, ମୁଦିକୁ ଚିହ୍ନିଲେ ଗହଣା ଦୋକାନୀ
- ମେଟ୍ରୋ ପ୍ରକଳ୍ପରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ନାହିଁ: ବିଜେଡି
- ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ସେବାୟତ ଜଣାଇଲେ ମନ୍ଦିର ସମସ୍ୟା ଏବଂ ସେବାୟତଙ୍କ ଦୁଃଖ
- ପ୍ରବଳ ବର୍ଷା ନେଇ ମୟୁରଭଞ୍ଜ ଜିଲ୍ଲାକୁ ରେଡ଼ ୱାର୍ନିଂ
- ସୋମବାର ସଂସଦର ଉଭୟ ଗୃହରେ ଅପରେସନ ସିନ୍ଦୂର ଉପରେ ହେବ ଆଲୋଚନା
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

(FM News) :- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା, ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା (କେନ୍ଦୁଝର, ମୟୂରଭଞ୍ଜ)କୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲା (ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢ଼େଙ୍କନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲା (ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ୨ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ସ୍ଥଳବିଶେଷରେ ୬୦ କି.ମି.କୁ ଛୁଇଁପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୨୬ ତାରିଖ ଅର୍ଥାତ୍ ଆସନ୍ତାକାଲି ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୭ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨୯ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।