- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଆଗାମୀ ତିନି ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ : ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀର ପ୍ରଭାବ ପରିଲକ୍ଷିତ ହେବ । ଏନେଇ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ । ଏହା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି., ଆଉ କେତେକ ସ୍ଥାନରେ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଏବଂ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୮ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୯ ତାରିଖ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ୨୦ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।