Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି : ଆଜି ମହାପ୍ରଭୁଙ୍କ ମକରଚୌରାଶୀ ବେଶ
FMNEWS.IN
14-01-2025
ପୁରୀ, ୧୪ ଜାନୁଆରୀ - ପବିତ୍ର ମକର ସଂକ୍ରାନ୍ତି ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଆଜି ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାମୂର୍ତି ମକରଚୌରାଶୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ସେନେଇ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଛି ।
ମଧ୍ୟାହ୍ନ ଧୂପ ପରେ ନଡିଆ, ଘିଅ, ମିଠା, ଦୁଧ, ସର, ଖୁଆ ଓ ଚାଉଳର ମିଶ୍ରଣରେ ପ୍ରସ୍ତୁତ ମକର ଭୋଗ ଶ୍ରୀଜିଉଙ୍କ ପାଖରେ ଲାଗି ହେବ । ମକର ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କ ନିକଟରେ ୮୪ ରକମର ଭୋଗ ଲାଗି ହୋଇଥାଏ । ଯାହାକୁ ସୁଆରମାନେ ଅତି ଶ୍ରଦ୍ଧାରେ ଶ୍ରୀଜୀଉଙ୍କୁ ଲାଗି କରିଥାନ୍ତି । ଏହାକୁ ମକର ଚଉରାଶି ଭୋଗ କୁହାଯାଏ।