Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି : ଆଜି ମହାପ୍ରଭୁଙ୍କ ମକରଚୌରାଶୀ ବେଶ
FMNEWS.IN
14-01-2025
ପୁରୀ, ୧୪ ଜାନୁଆରୀ - ପବିତ୍ର ମକର ସଂକ୍ରାନ୍ତି ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଆଜି ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାମୂର୍ତି ମକରଚୌରାଶୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ସେନେଇ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଛି ।
ମଧ୍ୟାହ୍ନ ଧୂପ ପରେ ନଡିଆ, ଘିଅ, ମିଠା, ଦୁଧ, ସର, ଖୁଆ ଓ ଚାଉଳର ମିଶ୍ରଣରେ ପ୍ରସ୍ତୁତ ମକର ଭୋଗ ଶ୍ରୀଜିଉଙ୍କ ପାଖରେ ଲାଗି ହେବ । ମକର ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କ ନିକଟରେ ୮୪ ରକମର ଭୋଗ ଲାଗି ହୋଇଥାଏ । ଯାହାକୁ ସୁଆରମାନେ ଅତି ଶ୍ରଦ୍ଧାରେ ଶ୍ରୀଜୀଉଙ୍କୁ ଲାଗି କରିଥାନ୍ତି । ଏହାକୁ ମକର ଚଉରାଶି ଭୋଗ କୁହାଯାଏ।