Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ
FMNEWS.IN
12-02-2025
ଭୁବନେଶ୍ୱର, 12 ଫେବ୍ରୁଆରି ଆସନ୍ତା ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ସ୍ପଷ୍ଟ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏ ନେଇ ବଜେଟରେ ପ୍ରାବଧାନ କରାଯିବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ।
ପୂର୍ବରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଇଥିବାବେଳେ ଦୁଇଟି ଶ୍ରେଣୀ ବାଦ ପଡ଼ିଯାଉଥିଲେ । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତି ନେଇଛନ୍ତି । ରାଜ୍ୟ ସରକାର ଏହାର ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ ।