- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ପି.ଏମ ପୋଷଣ ଯୋଜନାରେ କାମ କରୁଥିବା ପାଚକ,ପାଚିକା ମାନଙ୍କ ମାସିକ ପାରିଶ୍ରମିକ ୩୦୦୦ ଟଙ୍କାକୁ ବୃଦ୍ଧି
ଉପକୃତ ହେବେ ୧.୧୨ ଲକ୍ଷ ପାଚକ,ପାଚିକା
ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୧୨ କୋଟି ଟଙ୍କା ବ୍ୟୟ କରିବେ
(FMNews):-- ପି.ଏମ ପୋଷଣ ଯୋଜନାରେ (ମ୍ମାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
ପାଚକ, ପାଚିକା ମାନଙ୍କ କାମ, ଦକ୍ଷତା ଓ ପରିଶ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସେମାନଙ୍କ ମାସିକ ପାରିଶ୍ରମିକ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ୱାରା ପି.ଏମ ପୋଷଣ ଯୋଜନାରେ (ମ୍ମାହ୍ନ ଭୋଜନ) ରାଜ୍ୟରେ ନିୟୋଜିତ ହୋଇଥିବା ୧,୧୨,୦୯୦ ଜଣ ପାଚକ, ପାଚିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୧୨ କୋଟି ୯ ଲକ୍ଷ ଟଙ୍କା ବ୍ୟୟ କରିବେ।
ଏହି ପାଚକ, ପାଚିକା ମାନେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୫୦,୬୧୮ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪୨.୪୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ରନ୍ଧା ଖାଦ୍ୟ ପରିବେଷଣ କରୁଛନ୍ତି।