- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
କାଲିଠୁ ବିଧାନସଭା ମୌସୁମୀ ଅଧିବେଶନ, ସୁରକ୍ଷା ଯାଞ୍ଚ କଲେ ଡ଼ିଜିପି
ଭୁବନେଶ୍ୱର, 17 ସେପ୍ଟେମ୍ବର : ଆସନ୍ତା କାଲିଠୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ ବୋଲି ଡିଜିପି ଯୋଗେଶ ବାହାଦୂର ଖୁରାନିଆ ସୂଚନା ଦେଇଛନ୍ତି । ଏଥିପାଇଁ 30 ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍ପାଇଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ | ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି| ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍ରୁମ୍ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବା 150 ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ | ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା । ଲୋୟର ପିମଜି ରେ ୧୪୪ ଧାରା ଜାରି କରାଯିବ । ସିସିଟିଭି ସର୍ଭିଲାନ୍ସ ଦ୍ବାରା ବିଧାନସଭା ଓ ତାକୁ ଲାଗିରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।