- ଉପରାଷ୍ଟ୍ରପତି ନିର୍ବାଚନ: ଏନଡିଏର ସଂଖ୍ୟା, ଅସନ୍ତୋଷ ଓ ବିବେକର ପରୀକ୍ଷା
- ସରକାର ଆଉ କେତେଦିନ ନେତୃତ୍ବର ଭ୍ରୂଣହତ୍ୟା କରୁଥିବେ: ଭକ୍ତ
- ଉପରାଷ୍ଟ୍ରପତି ନିର୍ବାଚନ: ରାଜ୍ୟବାସୀଙ୍କୁ ବିଜେଡି ଲଜ୍ଜିତ କରିଛି, ବହୁମୂଲ୍ୟ ଦେବାକୁ ପଡ଼ିବ : ଭକ୍ତ
- କଂଗ୍ରେସ ସଂଗଠନ ସୃଜନ ଅଭିଯାନ : ତୃତୀୟ ଦିନରେ ଓଡିଶା ପହଁଞ୍ଚିଲେ ୭ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ
- 2025 ମସିହା ଶେଷକୁ ଜନଗଣନା ଆରମ୍ଭ ହେବ- ରାଜସ୍ୱ ମନ୍ତ୍ରୀ
ସମସ୍ତେ ମିଶି ପ୍ରବାସୀ ଭାରତୀୟ ଦିବସକୁ ସଫଳ କରିବାକୁ ଆହ୍ୱାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, 7 ଜାନୁଆରି:- ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଆସନ୍ତାକାଲି ଠାରୁ ୧୦ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ମହାସମାରୋହରେ ଅନୁଷ୍ଠିତ ହେବାକୁ ଯାଉଛି ।ସମସ୍ତେ ମିଶି ପ୍ରବାସୀ ଭାରତୀୟ ଦିବସକୁ ସଫଳ କରିବାକୁ ଆହ୍ୱାନ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି । ଏହାର ଦିନକ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଶ୍ଵର କୋଣଅନୁକୋଣରେ ରହୁଥିବା ଭାରତୀୟ ଓଡ଼ିଶା ଆସୁଛନ୍ତି। ଓଡ଼ିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର। ଏକ ସୁନ୍ଦର ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଭିଜ୍ଞତା ପ୍ରଦାନ ପାଇଁ ଟ୍ୱିନସିଟିକୁ ସମ୍ପୂର୍ଣ୍ଣ ରୂପେ ସ୍ୱଚ୍ଛ ଓ ନିର୍ମଳ କରାଯିବା ସହ ଉତ୍ସବ ମୁଖର କରାଯାଇଛି। ମୁଁ ଆପଣମାନଙ୍କୁ ନିବେଦନ କରୁଛି ଯେ ଏହି ଅବସରରେ ଆପଣମାନେ ପ୍ରବାସୀ ଭାରତୀୟଙ୍କୁ ସ୍ଵାଗତ କରନ୍ତୁ ଏବଂ ଯଥୋଚିତ ସମ୍ମାନ ପ୍ରଦର୍ଶନ କରନ୍ତୁ। ଆସନ୍ତୁ, ଆମେ ସମସ୍ତେ ମିଶି ପ୍ରବାସୀ ଭାରତୀୟ ଦିବସକୁ ସଫଳ କରିବା ଏବଂ ପ୍ରବାସୀମାନେ ଯେପରି ଓଡ଼ିଶାରେ ହିଁ ତାଙ୍କ ଜୀବନର ସବୁଠାରୁ ଭଲ ଅନୁଭୂତି ପାଇବେ ସେ ଦିଗରେ ପ୍ରଚେଷ୍ଟା କରିବା।