- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ପ୍ରବଳରୁ ଅତିପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ବୌଦ୍ଧ ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ :୧୮ ଓ ୧୯ ତାରିଖରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ନେଇ ଚେତାବନୀ
ଭୁବନେଶ୍ୱର, ୧୭ ମାର୍ଚ୍ଚ- ଆଜି ପ୍ରବଳରୁ ଅତିପ୍ରବଳ ଗ୍ରୀଷ୍ମପ୍ରବାହ, ଗରମ, ଗୁଳୁଗୁଳି ଏବଂ ଗରମ ରାତି ରାଜ୍ୟର କେତେକ ଜିଲ୍ଲାରେ ଅନୁଭୂତ ହେବା ନେଇ ଚେତାବନୀ କରିଛି ପାଣିପାଗ ବିଭାଗ । ୧୮ ତାରିଖ ଓ ୧୯ ତାରିଖରେ ରାଜ୍ୟର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ନେଇ ଚେତାବନୀ ଜାରି ହୋଇଛି ।
ପ୍ରବଳରୁ ଅତିପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ଆଜି ପାଇଁ ୨ ଜିଲ୍ଲା ବୌଦ୍ଧ ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ଅନୁଗୁଳ, ବଲାଙ୍ଗିର, କଳାହାଣ୍ଡି, ସମ୍ବଲପୁର ଓ ସୁନ୍ଦରଗଡ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
୧୮ ତାରିଖରେ ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ୨ ଜିଲ୍ଲା ବୌଦ୍ଧ ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୪ ଜିଲ୍ଲା ଅନୁଗୁଳ, ବଲାଙ୍ଗିର, କଳାହାଣ୍ଡି, ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୯ ତାରିଖରେ ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ବଲାଙ୍ଗିର ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।