- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ପ୍ରବଳରୁ ଅତିପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ବୌଦ୍ଧ ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ :୧୮ ଓ ୧୯ ତାରିଖରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ନେଇ ଚେତାବନୀ
ଭୁବନେଶ୍ୱର, ୧୭ ମାର୍ଚ୍ଚ- ଆଜି ପ୍ରବଳରୁ ଅତିପ୍ରବଳ ଗ୍ରୀଷ୍ମପ୍ରବାହ, ଗରମ, ଗୁଳୁଗୁଳି ଏବଂ ଗରମ ରାତି ରାଜ୍ୟର କେତେକ ଜିଲ୍ଲାରେ ଅନୁଭୂତ ହେବା ନେଇ ଚେତାବନୀ କରିଛି ପାଣିପାଗ ବିଭାଗ । ୧୮ ତାରିଖ ଓ ୧୯ ତାରିଖରେ ରାଜ୍ୟର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ନେଇ ଚେତାବନୀ ଜାରି ହୋଇଛି ।
ପ୍ରବଳରୁ ଅତିପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ଆଜି ପାଇଁ ୨ ଜିଲ୍ଲା ବୌଦ୍ଧ ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ଅନୁଗୁଳ, ବଲାଙ୍ଗିର, କଳାହାଣ୍ଡି, ସମ୍ବଲପୁର ଓ ସୁନ୍ଦରଗଡ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
୧୮ ତାରିଖରେ ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ୨ ଜିଲ୍ଲା ବୌଦ୍ଧ ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୪ ଜିଲ୍ଲା ଅନୁଗୁଳ, ବଲାଙ୍ଗିର, କଳାହାଣ୍ଡି, ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୯ ତାରିଖରେ ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ବଲାଙ୍ଗିର ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।