- କଂଗ୍ରେସ ସଂଗଠନ ସୃଜନ ଅଭିଯାନ : ତୃତୀୟ ଦିନରେ ଓଡିଶା ପହଁଞ୍ଚିଲେ ୭ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ
- 2025 ମସିହା ଶେଷକୁ ଜନଗଣନା ଆରମ୍ଭ ହେବ- ରାଜସ୍ୱ ମନ୍ତ୍ରୀ
- ‘ଭୋଟର ଅଧିକାର ଯାତ୍ରା’ ବିପ୍ଲବ ସମଗ୍ର ଦେଶକୁ ବ୍ୟାପିବ: ରାହୁଲ ଗାନ୍ଧୀ
- ନଭେମ୍ବର କିମ୍ବା ଡିସେମ୍ବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ
- ମୁଖ୍ୟମନ୍ତ୍ରୀ ରାହୁଲ ଗାନ୍ଧୀ ଓ କଂଗ୍ରେସ ଦଳକୁ ନିସର୍ତ କ୍ଷମା ମାଗନ୍ତୁ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର, ୨୮ ଜୁନ୍ :ଆଗାମୀ ୭ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କେତେକ ସ୍ଥାନରେ ଭୀଷଣ ବର୍ଷା ଓ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୧ଟି ଜିଲ୍ଲା(ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ବୌଦ୍ଧ, ସମ୍ବଲପୁର,ସୁନ୍ଦରଗଡ଼, ବରଗଡ଼, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆସନ୍ତାକାଲି ଅର୍ଥାତ୍ ୨୯ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ଦୁଇ ଜିଲ୍ଲା (ବାଲେଶ୍ୱର. ଭଦ୍ରକ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୩୦ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଭୀଷଣ ବର୍ଷା ନେଇ ୩ ଜିଲ୍ଲା (ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଜୁଲାଇ ୧ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲା (କନ୍ଧମାଳ, କଳାହାଣ୍ଡି,ନୟାଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଭୀଷଣ ବର୍ଷା ନେଇ ୨ ତାରିଖରେ ୭ ଜିଲ୍ଲା, ୩ ତାରିଖରେ ୩ ଜିଲ୍ଲା, ୪ ତାରିଖରେ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।