- ଆନ୍ଧ୍ର ପ୍ରଦେଶରେ ଖାଇକୁ ଖସିଲା ବସ୍ , ୯ ଜଣ ଯାତ୍ରୀ ମୃତ, ୧୦ ଜଣଙ୍କ ଅବସ୍ଥା ଗୁରୁତର
- ଏସଆଇଆରର ତଦାରଖ ନିମନ୍ତେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
- ରାହୁଲ ଗାନ୍ଧୀ ସଂସଦରେ ପ୍ରଦୂଷଣ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ପାଇଁ କଲେ ଦାବି
- ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩୧୨ କୋଟି ଟଙ୍କାର ଘଟଗାଁ ତାରିଣୀ ମନ୍ଦିର ବିକାଶ ପ୍ରକଳ୍ପର ଶୁଭାରମ୍ଭ କଲେ
- ଗୋଆରେ ନାଇଟ୍ କ୍ଲବରେ ସିଲିଣ୍ଡର ବିସ୍ଫୋରଣ ପରେ ଲାଗିଲା ନିଆଁ, 23 କର୍ମଚାରୀଙ୍କ ମୃତ୍ୟୁ
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୨ ଅକ୍ଟୋବର - ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା (ଗଞ୍ଜାମ, ଗଜପତି, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲା(ନୟାଗଡ଼, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଆସନ୍ତାକାଲି ଅର୍ଥାତ୍ ୧୩ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅକ୍ଟୋବର ୧୫, ୧୬, ୧୭ ଓ ୧୮ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।