BIG NEWS
ଆନ୍ଧ୍ର ପ୍ରଦେଶରେ ଖାଇକୁ ଖସିଲା ବସ୍ , ୯ ଜଣ ଯାତ୍ରୀ ମୃତ, ୧୦ ଜଣଙ୍କ ଅବସ୍ଥା ଗୁରୁତର
ଏସଆଇଆରର ତଦାରଖ ନିମନ୍ତେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
ରାହୁଲ ଗାନ୍ଧୀ ସଂସଦରେ ପ୍ରଦୂଷଣ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ପାଇଁ କଲେ ଦାବି

କାଲିଠୁ ପୁଣି ବର୍ଷିବ

FMNEWS.IN 23-12-2024
Rainfall likely from tomorrow

ଭୁବନେଶ୍ୱର, 23 ଡିସେମ୍ବର - କାଲିଠୁ ପୁଣି ବର୍ଷିବ । ଡିସେମ୍ବର ୨୪, ୨୫ରେ ପୁଣି ବର୍ଷା ଅନୁମାନ କରିଛି ପାଣିପାଗ ବିଭାଗ । ବର୍ଷା ସହ ଘନ କୁହୁଡି କରିବ କଲବଲ । ପଶ୍ଚିମା ଝଡ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ୭ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ଆକଳନ କରାଯାଇଛି । କେନ୍ଦ୍ରାପଡା, ଜଗତସିଂହପୁର,ପୁରୀ,ଖୋର୍ଦ୍ଧା, ଗଞ୍ଜାମ, ଗଜପତି,ରାୟଗଡା ଜିଲ୍ଲାରେ ହେବ ବର୍ଷା । ୯ ଜିଲ୍ଲାକୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ, କନ୍ଧମାଳ, କୋରାପୁଟ, ମାଲକାନଗିରିରେ ମଧ୍ୟ ବର୍ଷା ହେବ । ୨୫ ତାରିଖରେ ୧୧ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଆଜି ଏବଂ କାଲି ଘନ କୁହୁଡି ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ ଓ କଳାହାଣ୍ଡିରେ ଘନ କୁହୁଡି ରହିବ । ୫ ଜିଲ୍ଲାରେ ୫୦ ମିଟର ତଳକୁ ଖସିବ ଦୃଶ୍ୟମାନ ଦୂରତା । ୨୬ରୁ ୨୮ ତାରିଖ ଯାଏଁ ରହିବ ଶୁଖିଲା ପାଗ । ୨୯ ତାରିଖରୁ ପୁଣି କୋହଲା ପାଗ ସହ ବର୍ଷା ସମ୍ଭାବନା ରହିଛି । ଆଗାମୀ ୩ ଦିନ ପରେ ବଢିବ ଶୀତର ପ୍ରଭାବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।