BIG NEWS
କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ : ଅଣ-ଋଣ ପ୍ରାପ୍ତି ଏବଂ ମୋଟ ବ୍ୟୟ ଯଥାକ୍ରମେ 36.5 ଲକ୍ଷ କୋଟି ଟଙ୍କା ଏବଂ 53.5 ଲକ୍ଷ କୋଟି ଟଙ୍କା ଆକଳନ
ବଜେଟ୍‌ ଗରିବ ବିରୋଧି : କଂଗ୍ରେସ
କର୍ପୋରେଟ ଜଗତ ପାଇଁ ଏହି ବଜେଟ, ସାଧାରଣ ଜନତା ଉପେକ୍ଷିତ: ଭକ୍ତ

କାଲିଠୁ ପୁଣି ବର୍ଷିବ

FMNEWS.IN 23-12-2024
Rainfall likely from tomorrow

ଭୁବନେଶ୍ୱର, 23 ଡିସେମ୍ବର - କାଲିଠୁ ପୁଣି ବର୍ଷିବ । ଡିସେମ୍ବର ୨୪, ୨୫ରେ ପୁଣି ବର୍ଷା ଅନୁମାନ କରିଛି ପାଣିପାଗ ବିଭାଗ । ବର୍ଷା ସହ ଘନ କୁହୁଡି କରିବ କଲବଲ । ପଶ୍ଚିମା ଝଡ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ୭ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ଆକଳନ କରାଯାଇଛି । କେନ୍ଦ୍ରାପଡା, ଜଗତସିଂହପୁର,ପୁରୀ,ଖୋର୍ଦ୍ଧା, ଗଞ୍ଜାମ, ଗଜପତି,ରାୟଗଡା ଜିଲ୍ଲାରେ ହେବ ବର୍ଷା । ୯ ଜିଲ୍ଲାକୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ, କନ୍ଧମାଳ, କୋରାପୁଟ, ମାଲକାନଗିରିରେ ମଧ୍ୟ ବର୍ଷା ହେବ । ୨୫ ତାରିଖରେ ୧୧ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଆଜି ଏବଂ କାଲି ଘନ କୁହୁଡି ନେଇ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ ଓ କଳାହାଣ୍ଡିରେ ଘନ କୁହୁଡି ରହିବ । ୫ ଜିଲ୍ଲାରେ ୫୦ ମିଟର ତଳକୁ ଖସିବ ଦୃଶ୍ୟମାନ ଦୂରତା । ୨୬ରୁ ୨୮ ତାରିଖ ଯାଏଁ ରହିବ ଶୁଖିଲା ପାଗ । ୨୯ ତାରିଖରୁ ପୁଣି କୋହଲା ପାଗ ସହ ବର୍ଷା ସମ୍ଭାବନା ରହିଛି । ଆଗାମୀ ୩ ଦିନ ପରେ ବଢିବ ଶୀତର ପ୍ରଭାବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।