- ଚୀନର ଭାରତୀୟ ଅଞ୍ଚଳକୁ ଅନୁପ୍ରବେଶ: ଜାଣନ୍ତୁ ପ୍ରକୃତ କଥା କଣ
- ସୋଭନା ମହାନ୍ତି ହେଲେ ମହିଳା କମିଶନର ଅଧ୍ୟକ୍ଷା
- ଆଗାମୀ ୫ ଦିନ ମଧ୍ୟରେ ଭୀଷଣ ବର୍ଷା, ବଜ୍ରପାତ ଓ ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଚଢ଼ାଉ
- କଂଗ୍ରେସର ସପ୍ତାହବ୍ୟାପୀ ନାରୀ ନ୍ୟାୟଯାତ୍ରା, କାର୍ଯ୍ୟାନୁଷ୍ଠାନ ନ ହେଲେ ଆଗକୁ ରାଜ୍ୟର ସମସ୍ତ ଥାନା ଘେରାଉ ହେବ : ଭ...
ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା 10 ମାର୍ଚ୍ଚ ଠାରୁ

ଭୁବନେଶ୍ୱର - ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୦ ତାରିଖ ଠାରୁ କମନ ଆପ୍ଲିକେସନ ଫର୍ମ ଭରଣ ପ୍ରକିୟା ଆରମ୍ଭ ହେବ। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦିଆଯାଇଛି ।
ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ କମନ ପିଜି ଏଂଟ୍ରାନ୍ସ ଟେଷ୍ଟ ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ। ଏହି ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ସ୍ନାତକୋତ୍ତର ପାଠ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କୁ ଚୟନ କରାଯିବ।
କମନ ପିଜି ଏଂଟ୍ରାନ୍ସ ଟେଷ୍ଟ ଆସନ୍ତା ମଇ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ କମନ ପିଜି ଏଂଟ୍ରାନ୍ସ ଟେଷ୍ଟ ପରୀକ୍ଷା ମାର୍କ ଅନିବାର୍ଯ୍ୟ ମାନଦଣ୍ତ ହୋଇଥିବାରୁ ଛାତ୍ରଛାତ୍ରୀମାନଙ୍କର ଚୟନ ପ୍ରକିୟା ସମ୍ପୂର୍ଣ୍ଣ ଭାବେ ମେଧା ଆଧାରିତ ହୋଇପାରିବ।
ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିସହିତ ଜୁଲାଇ ୧୦,୨୦୨୫ ରିଖ ସୁଦ୍ଧା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ସଠିକ ସମୟରେ ପାଠ୍ୟକ୍ରମ ସମାପ୍ତ ହେବା ସହ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଓଡ଼ିଶାର ସମସ୍ତ ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ।