- ଆନ୍ଧ୍ର ପ୍ରଦେଶରେ ଖାଇକୁ ଖସିଲା ବସ୍ , ୯ ଜଣ ଯାତ୍ରୀ ମୃତ, ୧୦ ଜଣଙ୍କ ଅବସ୍ଥା ଗୁରୁତର
- ଏସଆଇଆରର ତଦାରଖ ନିମନ୍ତେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
- ରାହୁଲ ଗାନ୍ଧୀ ସଂସଦରେ ପ୍ରଦୂଷଣ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ପାଇଁ କଲେ ଦାବି
- ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩୧୨ କୋଟି ଟଙ୍କାର ଘଟଗାଁ ତାରିଣୀ ମନ୍ଦିର ବିକାଶ ପ୍ରକଳ୍ପର ଶୁଭାରମ୍ଭ କଲେ
- ଗୋଆରେ ନାଇଟ୍ କ୍ଲବରେ ସିଲିଣ୍ଡର ବିସ୍ଫୋରଣ ପରେ ଲାଗିଲା ନିଆଁ, 23 କର୍ମଚାରୀଙ୍କ ମୃତ୍ୟୁ
୫୭ ନମ୍ୱର ଜାତୀୟ ରାଜପଥରେ ସିରିଜ୍ ଦୁର୍ଘଟଣା,ଏକାଧିକ ଗାଡ଼ିକୁ ପିଟିଲା କାର : ୫ ଆହତ
ଖୋର୍ଦ୍ଧା- ରବିବାର ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥର ଚକାପଦା ବଜାରରେ ସିରିଜ୍ ଦୁର୍ଘଟଣା ହୋଇଛି । ଏହି ସିରିଜ ଦୁର୍ଘଟଣାର ଏକାଧିକ ଗାଡ଼ିକୁ ପିଟିଲା କାର୍ । ତେବେ ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଖୋର୍ଦ୍ଧା ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଏଭଳି ଦୁର୍ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଚକାପଦା ବଜାରରେ ।
ସୂଚନା ମୁତାବକ, ଚକାପଦା ବଜାରରେ ଏକ କାର୍ ଏକାଧିକ ଗାଡ଼ିକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ୫ ଜଣ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା । ସେଠାରେ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରିଛି ବେଗୁନିଆ ଥାନା ପୋଲିସ । ତେବେ ଦୁର୍ଘଟଣା ପରେ ଚକାପଦା ଛକରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକେ ଚକାପଦା ଛକରେ ରାସ୍ତାରୋକ କରିଛନ୍ତି । ବେଗୁନିଆ ଥାନା ପୋଲିସ ଦୁର୍ଘଟଣା ଘଟାଇଥିବା ଗାଡିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ଘଟଣାର ତଦନ୍ତ କରୁଛି।