Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ପହିଲି ଭୋଗ
FMNEWS.IN
16-12-2024
ପୁରୀ, ୧୬ ଡିସେମ୍ବର - ପବିତ୍ର ଧନୁ ସଂକ୍ରାନ୍ତିରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କୁ ପହିଲି ଭୋଗ ଲାଗି ହୋଇଛି । ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ସକାଳର ଗୋପାଳବଲ୍ଲଭ ଭୋଗ ସହିତ ଏହି ପହିଲିଭୋଗ ଅନୁଷ୍ଠିତ ହେବ ।
ପହିଲି ଭୋଗରେ ବଡ଼ ଝିଲି, ଦରସୁଆ ବଡି, ଦରସୁଆ ଝିଲି, ବଡ଼ ବଡ଼ା, କାକେରା, ସାନ ଅମାଲୁ, ନଳୀ, କାକେରା, ଆରିସା, ମୁଗେଇ,ଏଣ୍ଡୁରି, ନଡୁ, ଗଜା, ଖଇର ଚୁଳ, ମଣ୍ଡା, ଚୁଡା ପୁଆ, ବଡ଼ି, କଂଟେଇ ପ୍ରଭୃତି ଭୋଗ ଲାଗି ହୋଇଛି । ଶ୍ରୀମନ୍ଦିରରେ ପହଲି ଭୋଗ ପାଇଁ ସଅଳ ନୀତି ଅନୁଷ୍ଠିତ ହେଉଛି । ଏହି ପହିଲି ଭୋଗ ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ ମହାପୂର୍ଣ୍ଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।