Breaking News
- ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗେଇଙ୍କ ପୁଣ୍ୟତିଥିରେ ତାଙ୍କ ଯୋଗଦାନକୁ ସ୍ମରଣ କଲେ କଂଗ୍ରେସ ଅଧ୍ୟକ୍ଷ
- ବିଭୀଷଣ କଥା ମୁଁ କହିନାହିଁ - ଭକ୍ତ ଦାସ
- ନିଶାସକ୍ତ ସ୍ୱାମୀ ମାଡରେ ସ୍ତ୍ରୀ ମୃତ; ସ୍ଵାମୀ ଗିରଫ
- ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ୨୦୨୫ -୨୬ଖରିଫ୍ ମାର୍କେଟିଂ ଋତୁ ନିମନ୍ତେ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ
- ଦୁଇ ସପ୍ତାହ ମଧ୍ୟରେ ଜିଲ୍ଲା କଂଗ୍ରେସ ସଂଗଠନ ସୃଜନ, ଡିସିସି କର୍ମକର୍ତ୍ତା ଓ ବ୍ଲକ୍ ସଭାପତି ବଛା ହେବେ : କଂଗ୍ରେସ
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ପହିଲି ଭୋଗ
FMNEWS.IN
16-12-2024
ପୁରୀ, ୧୬ ଡିସେମ୍ବର - ପବିତ୍ର ଧନୁ ସଂକ୍ରାନ୍ତିରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କୁ ପହିଲି ଭୋଗ ଲାଗି ହୋଇଛି । ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ସକାଳର ଗୋପାଳବଲ୍ଲଭ ଭୋଗ ସହିତ ଏହି ପହିଲିଭୋଗ ଅନୁଷ୍ଠିତ ହେବ ।
ପହିଲି ଭୋଗରେ ବଡ଼ ଝିଲି, ଦରସୁଆ ବଡି, ଦରସୁଆ ଝିଲି, ବଡ଼ ବଡ଼ା, କାକେରା, ସାନ ଅମାଲୁ, ନଳୀ, କାକେରା, ଆରିସା, ମୁଗେଇ,ଏଣ୍ଡୁରି, ନଡୁ, ଗଜା, ଖଇର ଚୁଳ, ମଣ୍ଡା, ଚୁଡା ପୁଆ, ବଡ଼ି, କଂଟେଇ ପ୍ରଭୃତି ଭୋଗ ଲାଗି ହୋଇଛି । ଶ୍ରୀମନ୍ଦିରରେ ପହଲି ଭୋଗ ପାଇଁ ସଅଳ ନୀତି ଅନୁଷ୍ଠିତ ହେଉଛି । ଏହି ପହିଲି ଭୋଗ ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ ମହାପୂର୍ଣ୍ଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।