Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଆଜି ପବିତ୍ର ଅକ୍ଷୟ ତୃତୀୟା
FMNEWS.IN
30-04-2025
ଭୁବନେଶ୍ୱର, 30 ଏପ୍ରିଲ୍ - ଆଜି ପବିତ୍ର ଅକ୍ଷୟ ତୃତୀୟା । ଓଡ଼ିଶାର କୃଷିପ୍ରଧାନ ସାମାଜିକ, ଆଧ୍ୟାତ୍ମିକ, ସାଂସ୍କୃତିକ ଜୀବନରେ ଅକ୍ଷୟ ତୃତୀୟା ବା ଅକ୍ଷିତୃତୀୟାର ଭୂମିକା ଗୁରୁତ୍ବପୂର୍ଣ୍ଣ। ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ଆଜିର ଦିନ ବିଶେଷ ଶୁଭ ହୋଇଥାଏ । ଲୋକେ ଅକ୍ଷୟ ତୃତୀୟାରେ ଗୃହ ପ୍ରବେଶ କରିବା, ନୂତନ ବାହନ କିଣିବା, ସୁନା ଗହଣା କ୍ରୟ ଆଦି କାର୍ଯ୍ୟ କରିଥାନ୍ତି। କୃଷକ ଏହି ଦିନ ଅମୃତ ବେଳାରେ ଅକ୍ଷୀ ମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ। ଚାଷୀ ନୂଆ ଧାନ ନେଇ ନିଜ କ୍ଷେତରେ ବୁଣି ହଳ କରିଥାଏ । ଏଥିସହ ଧରିତ୍ରୀ ମାତା ଓ ଭୂମିଜାଙ୍କ ଆର୍ଶୀବାଦ ଭିକ୍ଷା କରିଥାନ୍ତି। ଆଜିର ତିଥିରେ ରଥ ନିର୍ମାଣର ଶୁଭାରମ୍ଭ, ଚନ୍ଦନ ଯାତ୍ରା ଆରମ୍ଭ ହୋଇଥାଏ ।