Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଆଜି ପବିତ୍ର ଅକ୍ଷୟ ତୃତୀୟା
FMNEWS.IN
30-04-2025
ଭୁବନେଶ୍ୱର, 30 ଏପ୍ରିଲ୍ - ଆଜି ପବିତ୍ର ଅକ୍ଷୟ ତୃତୀୟା । ଓଡ଼ିଶାର କୃଷିପ୍ରଧାନ ସାମାଜିକ, ଆଧ୍ୟାତ୍ମିକ, ସାଂସ୍କୃତିକ ଜୀବନରେ ଅକ୍ଷୟ ତୃତୀୟା ବା ଅକ୍ଷିତୃତୀୟାର ଭୂମିକା ଗୁରୁତ୍ବପୂର୍ଣ୍ଣ। ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ଆଜିର ଦିନ ବିଶେଷ ଶୁଭ ହୋଇଥାଏ । ଲୋକେ ଅକ୍ଷୟ ତୃତୀୟାରେ ଗୃହ ପ୍ରବେଶ କରିବା, ନୂତନ ବାହନ କିଣିବା, ସୁନା ଗହଣା କ୍ରୟ ଆଦି କାର୍ଯ୍ୟ କରିଥାନ୍ତି। କୃଷକ ଏହି ଦିନ ଅମୃତ ବେଳାରେ ଅକ୍ଷୀ ମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ। ଚାଷୀ ନୂଆ ଧାନ ନେଇ ନିଜ କ୍ଷେତରେ ବୁଣି ହଳ କରିଥାଏ । ଏଥିସହ ଧରିତ୍ରୀ ମାତା ଓ ଭୂମିଜାଙ୍କ ଆର୍ଶୀବାଦ ଭିକ୍ଷା କରିଥାନ୍ତି। ଆଜିର ତିଥିରେ ରଥ ନିର୍ମାଣର ଶୁଭାରମ୍ଭ, ଚନ୍ଦନ ଯାତ୍ରା ଆରମ୍ଭ ହୋଇଥାଏ ।