- ଟ୍ରମ୍ପଙ୍କ ୨୫ ପ୍ରତିଶତ ଟାରିଫ୍ ଭାରତର ଜିଡିପି ଉପରେ ନକାରାତ୍ମକ ପ୍ରଭାବ ପକାଇବ: ବିଶେଷଜ୍ଞ
- ଟ୍ରମ୍ପଙ୍କ ଭାରତ ଉପରେ ୨୫% ଟାରିଫ ଲାଗୁକୁ ନେଇ କଂଗ୍ରେସର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ
- ବଳଙ୍ଗା ନାବାଳିକାଙ୍କୁ ପୋଡି ମାରିବା ଉଦ୍ୟମ ଘଟଣା : ରୂପା ମୁଦିକୁ ନେଇ ଖୋଳତାଡ଼, ମୁଦିକୁ ଚିହ୍ନିଲେ ଗହଣା ଦୋକାନୀ
- ମେଟ୍ରୋ ପ୍ରକଳ୍ପରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ନାହିଁ: ବିଜେଡି
- ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ସେବାୟତ ଜଣାଇଲେ ମନ୍ଦିର ସମସ୍ୟା ଏବଂ ସେବାୟତଙ୍କ ଦୁଃଖ
କାଳବୈଶାଖୀ ପ୍ରଭାବରେ ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ କୁଆପଥର ବର୍ଷା ନେଇ ଚେତାବନୀ

ଭୁବନେଶ୍ୱର, ୧୯ ଅପ୍ରେଲ- କାଳବୈଶାଖୀ ପ୍ରଭାବରେ ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ କୁଆପଥର ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୪ ଦିନ କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି ହୋଇଛି ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ କୁଆପଥର ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, କନ୍ଧମାଳ,ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ା, ସୁନ୍ଦରଗଡ଼ । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି., କେତେକ ସ୍ଥାନରେ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ଘଂଟା ପ୍ରତି ବେଗ ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୨୦ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲା, ୨୧ ତାରିଖରେ ୬ ଜିଲ୍ଲା, ୨୨ ତାରିଖରେ ୩ ଜିଲ୍ଲା ଏବଂ ୨୩ ତାରିଖ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।