- ଟ୍ରମ୍ପଙ୍କ ୨୫ ପ୍ରତିଶତ ଟାରିଫ୍ ଭାରତର ଜିଡିପି ଉପରେ ନକାରାତ୍ମକ ପ୍ରଭାବ ପକାଇବ: ବିଶେଷଜ୍ଞ
- ଟ୍ରମ୍ପଙ୍କ ଭାରତ ଉପରେ ୨୫% ଟାରିଫ ଲାଗୁକୁ ନେଇ କଂଗ୍ରେସର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ
- ବଳଙ୍ଗା ନାବାଳିକାଙ୍କୁ ପୋଡି ମାରିବା ଉଦ୍ୟମ ଘଟଣା : ରୂପା ମୁଦିକୁ ନେଇ ଖୋଳତାଡ଼, ମୁଦିକୁ ଚିହ୍ନିଲେ ଗହଣା ଦୋକାନୀ
- ମେଟ୍ରୋ ପ୍ରକଳ୍ପରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ନାହିଁ: ବିଜେଡି
- ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ସେବାୟତ ଜଣାଇଲେ ମନ୍ଦିର ସମସ୍ୟା ଏବଂ ସେବାୟତଙ୍କ ଦୁଃଖ
ଆଗାମୀ ୨୪ ଘଂଟା ପାଇଁ ଝଡ଼ କିମ୍ବା ବଜ୍ରପାତ, ପବନ, କୁଆପଥର ବୃଷ୍ଟି ଓ ଭୀଷଣ ବର୍ଷା ନେଇ ଚେତାବନୀ : ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୧୫ ଅପ୍ରେଲ - ଝଡ଼ କିମ୍ବା ବଜ୍ରପାତ, ପବନ, କୁଆପଥର ବୃଷ୍ଟି ଓ ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭଗ । ସେହିପରି ୧୬ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
ଝଡ଼ କିମ୍ବା ବଜ୍ରପାତ, ପବନ, କୁଆପଥର ବୃଷ୍ଟି ଓ ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ୯ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୭ ଜିଲ୍ଲା କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଯାଜପୁର, କଟକ, ଖୋର୍ଦ୍ଧା, ଢ଼େଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୀଷଣ ବର୍ଷା ନେଇ ୮ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଓ ବର୍ଷା ନେଇ ଦୁଇ ଜିଲ୍ଲା ମାଲକାନଗିରି ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ଘଂଟା ପ୍ରତି ୪୦ରୁ ୫୦ କି.ମି. ଓ ଅନ୍ୟ କେତେକ ସ୍ଥାନରେ ଘଂଟା ପ୍ରତି ୫୦ରୁ ୬୦ କି.ମି. ବେଗରେ ପବନ ବହିପାରେ ।
ସେହିପରି ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା, ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ୧୨ ଜିଲ୍ଲା ଏବଂ ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।