- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୧ ଜୁନ୍ - ଆଗାମୀ ୩ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଥିବା ବେଳେ ଏହାର ପରବର୍ତୀ ଦୁଇ ଦିନ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ରାୟଗଡ଼ା, କୋରାପୁଟ । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଆସନ୍ତାକାଲି ଅର୍ଥାତ୍ ୨୨ ତାରିଖ ପାଇଁ ୧୭ ଜିଲ୍ଲା ଏବଂ ୨୩ ତାରିଖ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୨୪ ତାରିଖ ୫ ଜିଲ୍ଲା ଏବଂ ୨୫ ତାରିଖ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।