- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୦ ଅପ୍ରେଲ - କାଳବୈଶାଖୀ ପ୍ରଭାବରେ ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ଏହି ସମୟରେ ସେଠାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଆସନ୍ତାକାଲି ଅର୍ଥାତ୍ ୨୧ ତାରିଖ ପାଇଁ ୪ ଜିଲ୍ଲା ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୨ ତାରିଖ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟପକ୍ଷରେ ୨୩ ଓ ୨୪ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।