Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
FMNEWS.IN
10-01-2026
ଭୁବନେଶ୍ୱର, ୧୦ ଜାନୁଆରୀ- ଶୀତ ଲହରି ନେଇ ଆଗାମୀ ୨ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର ।
ସେହିପରି ଶୀତ ଲହରି ନେଇ ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ । ପରବର୍ତୀ ୫ ଦିନ ଅର୍ଥାତ୍ ୧୨ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।