ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

FMNEWS.IN 15-06-2025
Yellow warning issued for 9 districts in Odisha

ଭୁବନେଶ୍ୱର, ୧୫ ଜୁନ୍ - ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ କୌଣସି ଚେତାବନୀ ନାହିଁ ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ରାଜ୍ୟର ୯ ଜିଲ୍ଲା(ମୟୂରଭଞ୍ଜ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

୧୬ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୬ ଜିଲ୍ଲା (ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼ କିମ୍ବା ବଜ୍ରପାତ, ପବନ ଓ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟ ୧୨ ଜିଲ୍ଲାକୁ ମଧ୍ୟ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

୧୭ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଭୀଷଣ ବର୍ଷା ନେଇ ୧୮ ତାରିଖ ପାଇଁ ୪ ଜିଲ୍ଲା, ୧୯ ତାରିଖ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପରବର୍ତୀ ୨ ଦିନ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।