Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
FMNEWS.IN
20-12-2024
ଭୁବନେଶ୍ୱର, ୨୦ ଡିସେମ୍ବର - ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଗଜପତି, ଗଞ୍ଜାମ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା । ତନ୍ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ଆଗାମୀ ୨ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ସାଙ୍ଗକୁ ଥଣ୍ଡା ପାଗ ଅନୁଭୂତ ହେବ । ସେହିପରି ୨୧ ତାରିଖ ଠାରୁ ୨୪ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।