- ଆନ୍ଧ୍ର ପ୍ରଦେଶରେ ଖାଇକୁ ଖସିଲା ବସ୍ , ୯ ଜଣ ଯାତ୍ରୀ ମୃତ, ୧୦ ଜଣଙ୍କ ଅବସ୍ଥା ଗୁରୁତର
- ଏସଆଇଆରର ତଦାରଖ ନିମନ୍ତେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
- ରାହୁଲ ଗାନ୍ଧୀ ସଂସଦରେ ପ୍ରଦୂଷଣ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ପାଇଁ କଲେ ଦାବି
- ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩୧୨ କୋଟି ଟଙ୍କାର ଘଟଗାଁ ତାରିଣୀ ମନ୍ଦିର ବିକାଶ ପ୍ରକଳ୍ପର ଶୁଭାରମ୍ଭ କଲେ
- ଗୋଆରେ ନାଇଟ୍ କ୍ଲବରେ ସିଲିଣ୍ଡର ବିସ୍ଫୋରଣ ପରେ ଲାଗିଲା ନିଆଁ, 23 କର୍ମଚାରୀଙ୍କ ମୃତ୍ୟୁ
୩୧ମାର୍ଚ୍ଚ ସୁଭଦ୍ରା ଆବେଦନର ଶେଷ ତାରିଖ
ଭୁବନେଶ୍ୱର, 2 ମାର୍ଚ୍ଚ - ୩୧ମାର୍ଚ୍ଚ ସୁଭଦ୍ରା ଆବେଦନର ଶେଷ ତାରିଖ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ସେ କହିଛନ୍ତି ଯେ, ଆମର ସ୍ୱଭାଗ୍ୟ। ଆମେ କୋଟିଏ କହିଥିଲୁ। ଏବେ ଗାଁର ସୁଭଦ୍ରାମାନେ ଆମକୁ ପ୍ରସ୍ତୁତ କରିଦେଲେ। ଆମେ ପୂର୍ବରୁ 98 ଲକ୍ଷ ଦେଇଥିଲୁ। ତେଣୁ ଆସନ୍ତା 6 ତାରିଖରେ ଯାହା ବାକି ଅଛି, ସେ ଟଙ୍କା ଦେବୁ। ଏବେ ସୁଭଦ୍ରା ମ୍ୟାଜିକ ନମ୍ବର କୋଟିଏରୁ ଉର୍ଦ୍ଧ୍ବ ଛୁଇଁଛି। ତେଣୁ ଜିଲାପାଳ, ସୁଭଦ୍ରା ଟିମ, ମହିଳା ଶିଶୁ ବିକାଶ, ସହିତ ଅଙ୍ଗନବାଡି କର୍ମୀ, ବ୍ୟାଙ୍କ ମିତ୍ର ସମସ୍ତଙ୍କୁ ଧନ୍ୟବାଦ। 8 ମାସରେ ଗୋଟେ ଯୋଜନା ହୋଇ କୋଟିଏ ମହିଳାଙ୍କୁ ସୁଭଦ୍ରା ମିଳିବା ଗୋଟିଏ ଇତିହାସ। ଏ ଇତିହାସ କ୍ଷଣିରେ ଗାଁର ମିହିଳାମାନେ ସାକ୍ଷୀ ସମସ୍ତଙ୍କୁ ଯାଉଛି। କୋଟିଏ ମହିଳା ଏବେ ଗୋଟିଏ କଥା କହିବେ। ମହିଳା ଦିବସ ପୂର୍ବରୁ କୋଟିଏ ଛୁଇଁଛି। ମାର୍ଚ୍ଚ 31 ହେଉଛି ଏଥର ପାଇଁ ସୁଭଦ୍ରା ଆବେଦନର ଶେଷ ତାରିଖ। ଯେଉଁମାନେ ମାର୍ଚ୍ଚ 31 ଭିତରେ ଆବେଦନ କରିଥିବେ ରାକ୍ଷୀ ପୂର୍ଣ୍ଣିମାରେ ଏକକାଳୀନ 3ଟି କିସ୍ତିରେ ଟଙ୍କା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।