- ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା
- ଅର୍ଥନୈତିକ ସର୍ଭେ ରିପୋର୍ଟ : ରାଜ୍ୟରେ ଉତ୍ପାଦନ କ୍ଷେତ୍ର ୮.୩ ପ୍ରତିଶତ ହାରରେ ବୃଦ୍ଧି ପାଇବ
- ଚଳିତ ଆର୍ଥିକ ବର୍ଷର ୧୦ ମାସ ପରେ ମଧ୍ୟ ଓଡ଼ିଶା ସରକାର ୫୦ ପ୍ରତିଶତରୁ ଅଧିକ ବଜେଟ ରାଶି ଖର୍ଚ୍ଚ କରିପାରିନାହାନ୍ତି : କ...
- ଶିଳ୍ପ ସଂସ୍ଥାଙ୍କ ଠାରୁ ଦେଢ଼ଲକ୍ଷ କୋଟି ଟଙ୍କା ସରକାର ଅସୁଲ କରୁନାହିଁ କାହିଁକି? : ଭକ୍ତ
- କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ : ଅଣ-ଋଣ ପ୍ରାପ୍ତି ଏବଂ ମୋଟ ବ୍ୟୟ ଯଥାକ୍ରମେ 36.5 ଲକ୍ଷ କୋଟି ଟଙ୍କା ଏବଂ 53.5 ଲକ୍ଷ ...
୩୧ମାର୍ଚ୍ଚ ସୁଭଦ୍ରା ଆବେଦନର ଶେଷ ତାରିଖ
ଭୁବନେଶ୍ୱର, 2 ମାର୍ଚ୍ଚ - ୩୧ମାର୍ଚ୍ଚ ସୁଭଦ୍ରା ଆବେଦନର ଶେଷ ତାରିଖ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ସେ କହିଛନ୍ତି ଯେ, ଆମର ସ୍ୱଭାଗ୍ୟ। ଆମେ କୋଟିଏ କହିଥିଲୁ। ଏବେ ଗାଁର ସୁଭଦ୍ରାମାନେ ଆମକୁ ପ୍ରସ୍ତୁତ କରିଦେଲେ। ଆମେ ପୂର୍ବରୁ 98 ଲକ୍ଷ ଦେଇଥିଲୁ। ତେଣୁ ଆସନ୍ତା 6 ତାରିଖରେ ଯାହା ବାକି ଅଛି, ସେ ଟଙ୍କା ଦେବୁ। ଏବେ ସୁଭଦ୍ରା ମ୍ୟାଜିକ ନମ୍ବର କୋଟିଏରୁ ଉର୍ଦ୍ଧ୍ବ ଛୁଇଁଛି। ତେଣୁ ଜିଲାପାଳ, ସୁଭଦ୍ରା ଟିମ, ମହିଳା ଶିଶୁ ବିକାଶ, ସହିତ ଅଙ୍ଗନବାଡି କର୍ମୀ, ବ୍ୟାଙ୍କ ମିତ୍ର ସମସ୍ତଙ୍କୁ ଧନ୍ୟବାଦ। 8 ମାସରେ ଗୋଟେ ଯୋଜନା ହୋଇ କୋଟିଏ ମହିଳାଙ୍କୁ ସୁଭଦ୍ରା ମିଳିବା ଗୋଟିଏ ଇତିହାସ। ଏ ଇତିହାସ କ୍ଷଣିରେ ଗାଁର ମିହିଳାମାନେ ସାକ୍ଷୀ ସମସ୍ତଙ୍କୁ ଯାଉଛି। କୋଟିଏ ମହିଳା ଏବେ ଗୋଟିଏ କଥା କହିବେ। ମହିଳା ଦିବସ ପୂର୍ବରୁ କୋଟିଏ ଛୁଇଁଛି। ମାର୍ଚ୍ଚ 31 ହେଉଛି ଏଥର ପାଇଁ ସୁଭଦ୍ରା ଆବେଦନର ଶେଷ ତାରିଖ। ଯେଉଁମାନେ ମାର୍ଚ୍ଚ 31 ଭିତରେ ଆବେଦନ କରିଥିବେ ରାକ୍ଷୀ ପୂର୍ଣ୍ଣିମାରେ ଏକକାଳୀନ 3ଟି କିସ୍ତିରେ ଟଙ୍କା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।