Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଅମିୟ ପଟ୍ଟନାୟକ ଏଆଇସିସି କିଷାନ କଂଗ୍ରେସର ନୂତନ ଜାତୀୟ ସଂଯୋଜକ
FMNEWS.IN
28-06-2025
ଭୁବନେଶ୍ୱର, ୨୮ ଜୁନ୍ - ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ଅଖିଳ ଭାରତ କଂଗ୍ରେସ କମିଟି ସଦସ୍ୟ ଅମିୟ କୁମାର ପଟ୍ଟନାୟକ ଅଖିଳ ଭାରତ କଂଗ୍ରେସ କମିଟି କିଷାନ କଂଗ୍ରେସର ନୂତନ ଜାତୀୟ ସଂଯୋଜକ ଭାବେ ନିଯୁକ୍ତି ହୋଇଛନ୍ତି। ଏଆଇସିସି କିଷାନ କଂଗ୍ରେସର ଜାତୀୟ ଅଧ୍ୟକ୍ଷ ସୁଖପାଲ ସିଂହ ଖୈରା ଏହି ନିଯୁକ୍ତି କରିଥିବା ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି। ଶ୍ରୀ ପଟ୍ଟନାୟକ କଂଗ୍ରେସର ବିଚାରଧାରା ଓ ସଂଗଠନକୁ ସୁଦୃଢ଼ କରିବା ସଙ୍ଗେ ସଙ୍ଗେ ଦେଶର କୃଷକମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ କାର୍ଯ୍ୟ କରିବେ ବୋଲି ଦଳ ଆଶା ବ୍ୟକ୍ତ କରିଛି।