Breaking News
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଉପହାର ସାମଗ୍ରୀ ଯୋଗାଇବା ପାଇଁ ଉତ୍କଳିକାର ବୁଝାମଣାପତ୍ର ସ୍ୱାକ୍ଷରିତ
- ମିଳିଲା ବୋମା ମାଡ ଧମକ, ସମ୍ବଲପୁର କୋର୍ଟ ପରିସରରେ ଜୋରଦାର ଯାଞ୍ଚ
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ଭେଟିଲେ ଟିଏଫଏଲର ଏମଡି
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ନାଲକୋ ଅବସରପ୍ରାପ୍ତ କର୍ମଚାରୀ କଲ୍ୟାଣ ସଂଘ କର୍ମକର୍ତ୍ତାଙ୍କୁ ଭେଟିଲେ
- ଖୁବଶୀଘ୍ର ରାଜ୍ୟରେ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ - ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଅମିୟ ପଟ୍ଟନାୟକ ଏଆଇସିସି କିଷାନ କଂଗ୍ରେସର ନୂତନ ଜାତୀୟ ସଂଯୋଜକ
FMNEWS.IN
28-06-2025
ଭୁବନେଶ୍ୱର, ୨୮ ଜୁନ୍ - ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ଅଖିଳ ଭାରତ କଂଗ୍ରେସ କମିଟି ସଦସ୍ୟ ଅମିୟ କୁମାର ପଟ୍ଟନାୟକ ଅଖିଳ ଭାରତ କଂଗ୍ରେସ କମିଟି କିଷାନ କଂଗ୍ରେସର ନୂତନ ଜାତୀୟ ସଂଯୋଜକ ଭାବେ ନିଯୁକ୍ତି ହୋଇଛନ୍ତି। ଏଆଇସିସି କିଷାନ କଂଗ୍ରେସର ଜାତୀୟ ଅଧ୍ୟକ୍ଷ ସୁଖପାଲ ସିଂହ ଖୈରା ଏହି ନିଯୁକ୍ତି କରିଥିବା ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି। ଶ୍ରୀ ପଟ୍ଟନାୟକ କଂଗ୍ରେସର ବିଚାରଧାରା ଓ ସଂଗଠନକୁ ସୁଦୃଢ଼ କରିବା ସଙ୍ଗେ ସଙ୍ଗେ ଦେଶର କୃଷକମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ କାର୍ଯ୍ୟ କରିବେ ବୋଲି ଦଳ ଆଶା ବ୍ୟକ୍ତ କରିଛି।