ଓଡିଶା ବନ୍ଦକୁ ଅନୁଗୁଳ ଜିଲ୍ଲା କଂଗ୍ରେସର ସମର୍ଥନ

FMNEWS.IN 27-01-2026
Angul congress to support Odisha bandh

(FM News):--ଆସନ୍ତା କାଲି ୨୮ ଜାନୁଆରୀ ନଵନିର୍ମାଣ କୃଷକ ସଂଗଠନ ଦ୍ୱାରା ଓଡିଶା ବନ୍ଦ ଡାକରାକୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ନିର୍ଦ୍ଦେଶରେ ଅନୁଗୁଳ ଜିଲ୍ଲା କଂଗ୍ରେସ କମିଟି ସମର୍ଥନ କରିବା ନେଇ ସଭାପତି ସୁନୀଲ କୁମାର ପ୍ରଧାନ ଆହ୍ବାନ ଦେଇଛନ୍ତି l

ସୂଚନାଯୋଗ୍ୟ, ରାଜ୍ୟଵ୍ୟାପୀ ଧାନ କିଣାରେ ଅବ୍ୟବସ୍ଥା, ଯାନବାହନର ପ୍ରଦୂଷଣ ସାର୍ଟିଫିକେଟ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ବିଜୁଳି ଟାରିଫକୁ ନେଇ ରାଜ୍ୟରେ ସରକାର, ଓଇଆରସି ଓ ଟାଟା ପାୱାରର ମନମାନି ତଥା ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଉଚ୍ଛେଦ ବିରୋଧରେ କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ଆନ୍ଦୋଳନ ହୋଇ ଆସୁଅଛି l

ଏହି ପରିପ୍ରେକ୍ଷୀରେ ଜନସାଧାରଣଙ୍କ ସମସ୍ୟା ସମ୍ବଳିତ ଉପରୋକ୍ତ ସମସ୍ୟା ଗୁଡିକୁ ନେଇ ନଵନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆ ଯାଇଥିବାରୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ଏହାକୁ ସମର୍ଥନ କରିବା ପାଇଁ ନିଷ୍ପତ୍ତି ନେଇଥିବା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି l ଏଣୁ ଆସନ୍ତା କାଲି ଜିଲ୍ଲାର ସମସ୍ତ କଂଗ୍ରେସ ନେତା ଓ କର୍ମୀ ନିଜ ନିଜ ଅଞ୍ଚଳରେ ରହି ବନ୍ଦକୁ ଶାନ୍ତି ଶୃଙ୍ଖଳାର ସହ ସମର୍ଥନ କରିବାକୁ ଜିଲ୍ଲା ସଭାପତି ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି।