Breaking News
- ସମ୍ବଲପୁର ବିକାଶ, ସନ୍ତୁଳିତ ବିକାଶ ଏବଂ ସୁଶାସନର ଏକ ଅଭିନ୍ନ ଅଙ୍ଗ - ମୁଖ୍ୟମନ୍ତ୍ରୀ
- ପୁରୀରେ ଭକ୍ତଙ୍କୁ ଶୋଷଣ କରୁଛି ଶ୍ରୀମନ୍ଦିର ପ୍ରଶାସନ : ଉମାବଲ୍ଲଭ ରଥ
- ଟାଟା ଷ୍ଟିଲ୍ କପିଳାସ ହାଫ୍ ମାରାଥନ୍-୨୦୨୬: ବନ୍ୟଜନ୍ତୁ ସୁରକ୍ଷା ପାଇଁ ଦୌଡ଼ିଲେ ୫,୫୦୦ରୁ ଅଧିକ ପ୍ରତିଯୋଗୀ
- ସମ୍ବଲପୁରରେ ପ୍ରାୟ ୯୪୮ କୋଟି ଟଙ୍କା ମୂଲ୍ୟର ୨୫ଟି ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତିପ୍ରସ୍ତର ସ୍ଥାପନ କ...
- ଅନୁଗୁଳ ଜିଲ୍ଲା କଂଗ୍ରେସ : ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଉଚ୍ଛେଦ କଲେ ପରିଣାମ ଭୟାବହ ହେବ
ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ପକ୍ଷରୁ ଚଢାଉ
FMNEWS.IN
20-12-2024
ଭୁବନେଶ୍ୱର, 20 ଡିସେମ୍ବର - ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚଢ଼ାଉ କରାଯାଇଥିବା ଜଣା ପଡିଛି ।
ମିଳିଥିବା ସୂଚନା ଅନୁସାରେ ଆଜି ସକାଳ ପ୍ରାୟ ୭ଟାରୁ ଇଡିର ୮ରୁ ୧୦ଜଣ ଅଧିକାରୀ ନିରଞ୍ଜନଙ୍କ ଘରେ ପହଞ୍ଚି ଚଢ଼ାଉ କରିଥିଲେ। ନିରଞ୍ଜନ ଘର ଚାରିପଟେ ସିଆପିଏଫ ଫୋର୍ସ ମୃତୟନ କରାଯାଇଛି। ଚଢାଉ ନେଇ ନିରଞ୍ଜନ କୌଣସି ପ୍ରତିକ୍ରିୟା ଦେଇ ନାହାନ୍ତି ।
ତେବେ କେଉଁ କାରଣ ଯୋଗୁ ଇଡି ନିରଞ୍ଜନଙ୍କ ଘରେ ଚଢାଉ କରାଯାଇଛି ସେ ନେଇ ସ୍ପଷ୍ଟ ସୂଚନା ମିଳି ପାରି ନାହିଁ ।