Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ପକ୍ଷରୁ ଚଢାଉ
FMNEWS.IN
20-12-2024
ଭୁବନେଶ୍ୱର, 20 ଡିସେମ୍ବର - ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚଢ଼ାଉ କରାଯାଇଥିବା ଜଣା ପଡିଛି ।
ମିଳିଥିବା ସୂଚନା ଅନୁସାରେ ଆଜି ସକାଳ ପ୍ରାୟ ୭ଟାରୁ ଇଡିର ୮ରୁ ୧୦ଜଣ ଅଧିକାରୀ ନିରଞ୍ଜନଙ୍କ ଘରେ ପହଞ୍ଚି ଚଢ଼ାଉ କରିଥିଲେ। ନିରଞ୍ଜନ ଘର ଚାରିପଟେ ସିଆପିଏଫ ଫୋର୍ସ ମୃତୟନ କରାଯାଇଛି। ଚଢାଉ ନେଇ ନିରଞ୍ଜନ କୌଣସି ପ୍ରତିକ୍ରିୟା ଦେଇ ନାହାନ୍ତି ।
ତେବେ କେଉଁ କାରଣ ଯୋଗୁ ଇଡି ନିରଞ୍ଜନଙ୍କ ଘରେ ଚଢାଉ କରାଯାଇଛି ସେ ନେଇ ସ୍ପଷ୍ଟ ସୂଚନା ମିଳି ପାରି ନାହିଁ ।