- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡା ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗ, ଜିଲ୍ଲା ବିଜେପିର ଶୋକ
ଅନୁଗୁଳ :ପରଲୋକରେ ଡକ୍ଟର ଦେବେନ୍ଦ୍ର ପ୍ରଧାନ । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ହୋଇଛି । ୮୪ ବର୍ଷ ବୟସରେ ନୂଆଦିଲ୍ଲୀରେ ତାଙ୍କର ପରଲୋକ ହୋଇଛି । ଡକ୍ଟର ଦେବେନ୍ଦ୍ର ପ୍ରଧାନ ଏକାଧାରରେ ଜଣେ ଚିକିତ୍ସକ, କୃଷିବିତ ଓ ସମାଜସେବୀ ଥିଲେ ।
୧୯୪୧ ମସିହା ଜୁଲାଇ ୧୬ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ଦେବେନ୍ଦ୍ରଲ ପ୍ରଧାନ । କଣିହାଁ ଓ ତାଳଚେରରୁ ପ୍ରାଥମିକ ଓ ହାଇସ୍କୁଲ ଶିକ୍ଷା କରିବା ପରେ ଅନୁଗୁଳ କଲେଜରୁ ହାସଲ କରିଥିଲେ ଉଚ୍ଚଶିକ୍ଷା । ୧୯୬୬ରେ କଟକ SCB ମେଡିକାଲ କଲେଜରୁ MBBS ଡିଗ୍ରୀ ହାସଲ କରିଥିଲେ ଦେବେନ୍ଦ୍ର ପ୍ରଧାନ । ତାପରେ ତାଳଚେର ଡେରାରେ ମେଡିକାଲ ଅଫିସର ଭାବେ ଆରମ୍ଭ କରିଥିଲେ ଚାକିରି ଜୀବନ ।
୧୯୭୩ରେ ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେଇଥିଲେ । ୧୯୮୦ ମସିହାରେ ବିଜେପିରେ ଯୋଗ ଦେଇଥିଲେ ଡକ୍ଟର ଦେବେନ୍ଦ୍ର ପ୍ରଧାନ । ୧୯୮୦ରୁ ୮୩ ଯାଏଁ ସେ ବିଜେପି ତାଳଚେର ମଣ୍ଡଳର ସଭାପତି ଥିଲେ। ୧୯୮୩ରେ ଢେଙ୍କାନାଳ ଜିଲ୍ଲା ବିଜେପି ସଭାପତି ହୋଇଥିଲେ । ୧୯୮୪ ମସିହାରେ ଦେବଗଡ଼ ଆସନରୁ ବିଜେପିର ସାଂସଦ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିଲେ ଡକ୍ଟର ଦେବେନ୍ଦ୍ର ପ୍ରଧାନ । ୧୯୮୮ ମସିହାରେ ସେ ହୋଇଥିଲେ ବିଜେପିର ରାଜ୍ୟ ସଭାପତି ।
୧୯୯୭ରେ ବିଜେପି ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ହୋଇଥିଲେ। ୧୯୯୮ରେ ଦେବଗଡ଼ ଲୋକସଭା ଆସନରୁ ସାଂସଦ ଭାବେ ନିର୍ବାଚିତ ହେବା ସହ କେନ୍ଦ୍ରମନ୍ତ୍ରୀ ମଧ୍ୟ ହୋଇଥିଲେ ଡକ୍ଟର ଦେବେନ୍ଦ୍ର ପ୍ରଧାନ । ୧୯୯୯ରେ ପୁଣି ଦେବଗଡ଼ ଆସନରୁ ସାଂସଦ ଭାବେ ନିର୍ବାଚିତ ହେବା ସହ କେନ୍ଦ୍ରମନ୍ତ୍ରୀ ହୋଇଥିଲେ । ୨୦୦୧ ମସିହାରେ ସେ ହୋଇଥିଲେ ବିଜେପିର ଜାତୀୟ ଉପ-ସଭାପତି । ୨୦୦୨ ମସିହା ଯାଏଁ ଏହି ଦାୟିତ୍ଵରେ ରହିଥିଲେ ଡକ୍ଟର ଦେବେନ୍ଦ୍ର ପ୍ରଧାନ ।ସେ କେନ୍ଦ୍ରମନ୍ତ୍ରୀ ଥିବା ସମୟରେ ଓଡିଶାର ଜାତୀୟ ରାଜପଥକୁ ଦୁଇଗୁଣିତ କରିଥିଲେ ଅଧିକ 1600 କିମି ଜାତୀୟ ରାଜପଥ କରାଇଥିଲେ |ସେଥିପାଇଁ ତାଙ୍କୁ ଓଡିଶା ବିଧାନସଭା ରେ ଦଳ ମତ ନିର୍ବିଶେଷରେ ସ୍ୱତନ୍ତ୍ର ଭାବେ ପ୍ରସ୍ତାବ କରାଯାଇ ସମ୍ବର୍ଦ୍ଧନା ଦିଆଯାଇଥିଲା |
ତାଙ୍କରି ବିୟୋଗରେ ଅନୁଗୁଳ ଜିଲ୍ଲା ବିଜେପି ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି |ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ଅନୁଗୁଳ ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକ, ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଅଶୋକ ମହାନ୍ତି ଓ ଅଗସ୍ତି ବେହେରା, ବରିଷ୍ଠ ବିଜେପି ନେତା କାଳନ୍ଦି ସାମଲ, ପ୍ରାକ୍ତନ ମନ୍ତ୍ରୀ ସଂଜୀବ ସାହୁ, ପ୍ରାକ୍ତନ ବିଧାୟକ ରମେଶ ସାଏ, ପ୍ରାକ୍ତନ ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ, ଜୋନାଲ ମିଡ଼ିଆ ସେଲ ସଂଯୋଜକ ପର୍ଶୁରାମ ବାରିକ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି |