Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଲିଖିତ ଭାବେ ସିବିଆଇ ତଦନ୍ତ ପାଇଁ ଦିଅନ୍ତୁ ଦୀପାଲୀ, ମୁଖ୍ୟମନ୍ତ୍ରୀ ନିଷ୍ପତି ନେବେ – ପୃଥ୍ୱୀରାଜ ହରିଚନ୍ଦନ
FMNEWS.IN
16-01-2025
ଭୁବନେଶ୍ୱର, 16 ଜାନୁଆରି:- ନବ ଦାସ ହତ୍ୟା ମାମଲାରେ ଦୀପାଳିଙ୍କ ବୟାନକୁ ନେଇ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ଖାଲି ଗଣମାଧ୍ୟମ ଆଗରେ କହି ଦେଲେ ହେବନି । ଯଦି ପୂର୍ବ ସରକାର ତଦନ୍ତରେ ସେମାନେ ସନ୍ତୁଷ୍ଟ ନୁହଁନ୍ତି । ଲିଖିତ ଭାବେ ଜଣାଇଲେ ସରକାର ନିଷ୍ପତ୍ତି ନେବେ । ମୁଖ୍ୟମନ୍ତ୍ରୀ ବିଚାର କରିବେ ସିବିଆଇ ତଦନ୍ତ ହେବ କି ନାହିଁ । ଆମେ ମଧ୍ୟ ପୂର୍ବରୁ ପ୍ରଶ୍ନ ଉଠାଇଥିଲୁ । ଯିଏ ଗୁଳି କଲା ଧରା ପଡିଲା । କିନ୍ତୁ କାହିଁକି ମାରିଲା ପଚାରିଲେ ପୂର୍ବ ସରକାରଙ୍କ ପାଖରେ ଉତ୍ତର ନଥିଲା । କ୍ରାଇମବ୍ରାଞ୍ଚ ତଥ୍ୟ ବାଟକୁ ବୁଲେଇ ବୁଲେଇ ନେଉଛି । ସତ୍ୟ ବାହାରିବ ନାହିଁ । ସେହି କଥା ହେଲା । ତେବେ କେସ ରି ଓପନ କରାଯିବ କି କଣ ହେବ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ । ବିଳମ୍ବରେ ହେଲେ ବି ଅତନ୍ତ ଦୀପାଳିଙ୍କ ମନରେ ଆସିଲା ପୂର୍ବ ସରକାରରେ କ୍ରାଇମବ୍ରାଞ୍ଚ ତଦନ୍ତ ନାଁରେ ଭୁଆଁ ବୁଲେଇ ଥିଲେ । ଭୁଲ ଭୁଲେଆଁ ସ୍ଥିତି କଲେ ଦୀପାଳି ଉପଲବ୍ଧି କରିବା ପରେ କହିଛନ୍ତି ।