Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
୨୦ରେ ଭୁବନେଶ୍ୱରରେ ରୋଡ୍ ଶୋ କରିବେ ପ୍ରଧାନମନ୍ତ୍ରୀ ମୋଦୀ
FMNEWS.IN
15-06-2025
ଭୁବନେଶ୍ୱର:- ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୨୦ ତାରିଖ ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବେ। ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୨୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦ ହଜାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଂଟାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବା ପରେ ରୋଡ ଶୋ କରିବେ। ଏନେଇ ସୂଚନା ଦେଇଛନ୍ତି ପଂଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ଅନେକ ନୂଆ ଯୋଜନା ଘୋଷଣା କରିବେ । ଏଥିରେ ମହାପୁରୁଷ ଆଦର୍ଶ ଗ୍ରାମ ଯୋଜନା ବି ଘୋଷଣା ହୋଇପାରେ। ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କର ବିଶେଷ ଆଗ୍ରହ ରହିଛି । ଯେଉଁଥିପାଇଁ ଗୋଟିଏ ବର୍ଷରେ ସେ ଷଷ୍ଠ ଥର ଓଡ଼ିଶା ଆସୁଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ରବି ନାଏକ।