Breaking News
- ସମ୍ବଲପୁର ବିକାଶ, ସନ୍ତୁଳିତ ବିକାଶ ଏବଂ ସୁଶାସନର ଏକ ଅଭିନ୍ନ ଅଙ୍ଗ - ମୁଖ୍ୟମନ୍ତ୍ରୀ
- ପୁରୀରେ ଭକ୍ତଙ୍କୁ ଶୋଷଣ କରୁଛି ଶ୍ରୀମନ୍ଦିର ପ୍ରଶାସନ : ଉମାବଲ୍ଲଭ ରଥ
- ଟାଟା ଷ୍ଟିଲ୍ କପିଳାସ ହାଫ୍ ମାରାଥନ୍-୨୦୨୬: ବନ୍ୟଜନ୍ତୁ ସୁରକ୍ଷା ପାଇଁ ଦୌଡ଼ିଲେ ୫,୫୦୦ରୁ ଅଧିକ ପ୍ରତିଯୋଗୀ
- ସମ୍ବଲପୁରରେ ପ୍ରାୟ ୯୪୮ କୋଟି ଟଙ୍କା ମୂଲ୍ୟର ୨୫ଟି ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତିପ୍ରସ୍ତର ସ୍ଥାପନ କ...
- ଅନୁଗୁଳ ଜିଲ୍ଲା କଂଗ୍ରେସ : ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଉଚ୍ଛେଦ କଲେ ପରିଣାମ ଭୟାବହ ହେବ
୨୦ରେ ଭୁବନେଶ୍ୱରରେ ରୋଡ୍ ଶୋ କରିବେ ପ୍ରଧାନମନ୍ତ୍ରୀ ମୋଦୀ
FMNEWS.IN
15-06-2025
ଭୁବନେଶ୍ୱର:- ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୨୦ ତାରିଖ ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବେ। ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୨୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦ ହଜାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଂଟାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବା ପରେ ରୋଡ ଶୋ କରିବେ। ଏନେଇ ସୂଚନା ଦେଇଛନ୍ତି ପଂଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ଅନେକ ନୂଆ ଯୋଜନା ଘୋଷଣା କରିବେ । ଏଥିରେ ମହାପୁରୁଷ ଆଦର୍ଶ ଗ୍ରାମ ଯୋଜନା ବି ଘୋଷଣା ହୋଇପାରେ। ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କର ବିଶେଷ ଆଗ୍ରହ ରହିଛି । ଯେଉଁଥିପାଇଁ ଗୋଟିଏ ବର୍ଷରେ ସେ ଷଷ୍ଠ ଥର ଓଡ଼ିଶା ଆସୁଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ରବି ନାଏକ।