Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ
FMNEWS.IN
21-11-2025
ପୁରୀ, ୨୧ ନଭେମ୍ବର - ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଅପରାହ୍ନରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ନାଟମଣ୍ଡପରେ ଧାଡି ଦର୍ଶନ, ରତ୍ନଭଣ୍ଡାର ଗଣତିମଣତି ନେଇ ଆଲୋଚନା ହେବ । ଏହା ବ୍ୟତୀତ ଗତ ବୈଠକରେ ଯେଉଁ ୧୪ଟି ସବ୍ କମିଟି ଗଠନ କରାଯାଇଥିଲା । ସେହି ସବ୍ କମିଟିର ବୈଠକ ଗୁଡିକ ସରିଛି । ତେଣୁ ସେଠାରୁ ଯାହା ପ୍ରସ୍ତାବ ଆସିବ ସେସବୁ ଉପରେ ମଧ୍ୟ ବିସ୍ତୃତ ଆଲୋଚନା କରାଯାଇ ଅନୁମୋଦନ କରିବାର ପ୍ରକ୍ରିୟା ରହିବ । ଏଥିସହ ଶ୍ରୀମନ୍ଦିର ସୁରକ୍ଷା ପ୍ରସଙ୍ଗରେ ମଧ୍ୟ ଆଲୋଚନା ହେବ ।
ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରତୀକ ସିଂ, ପରିଚାଳନା କମିଟିର ସମସ୍ତ ସଦସ୍ୟଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହିବେ ।