- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଉପହାର ସାମଗ୍ରୀ ଯୋଗାଇବା ପାଇଁ ଉତ୍କଳିକାର ବୁଝାମଣାପତ୍ର ସ୍ୱାକ୍ଷରିତ
- ମିଳିଲା ବୋମା ମାଡ ଧମକ, ସମ୍ବଲପୁର କୋର୍ଟ ପରିସରରେ ଜୋରଦାର ଯାଞ୍ଚ
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ଭେଟିଲେ ଟିଏଫଏଲର ଏମଡି
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ନାଲକୋ ଅବସରପ୍ରାପ୍ତ କର୍ମଚାରୀ କଲ୍ୟାଣ ସଂଘ କର୍ମକର୍ତ୍ତାଙ୍କୁ ଭେଟିଲେ
- ଖୁବଶୀଘ୍ର ରାଜ୍ୟରେ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ - ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଖାଲି ଆଖିରେ ଦେଖିହେବ ୫ଟି ଗ୍ରହ
ଭୁବନେଶ୍ୱର :- ଡିସେମ୍ବର ୨୦୨୪ ର ଦ୍ୱିତୀୟାର୍ଦ୍ଧ ଏବଂ ଜାନୁୟାରୀ ୨୦୨୫ ର ପ୍ରଥମାର୍ଦ୍ଧ ଆକାଶରେ ଥିବା ୫ଟି ଗ୍ରହକୁ ଖାଲି ଆଖିରେ ଦେଖିବା ପାଇଁ ଉତ୍କୃଷ୍ଟ ସୁଯୋଗ ଆସିବ ।
ଆମେ ଏହାକୁ ଗ୍ରହ ସମାବେଶ ବା ଇଂରାଜୀରେ ଏହାକୁ ଏକ ପ୍ଲାନେଟ୍ ପରେଡ କୁହାଯାଏ । ଯଦିଓ ଏହି ଶବ୍ଦର କୌଣସି ବୈଜ୍ଞାନିକ ସଂଜ୍ଞା ନାହିଁ କିନ୍ତୁ ଜ୍ୟୋତିର୍ବିଜ୍ଞାନରେ ଏହା ବହୁଳ ଭାବରେ ବ୍ୟବହୃତ ହେଉଛି, ଯାହା ଏକ ବିରଳ ମହାକାଶୀୟ ଘଟଣାକୁ ସୂଚାଇଥାଏ । ଆମେ ଜାଣିଛେ ଯେ ସୂର୍ଯ୍ୟ ଚାରିପଟେ ୮ ଟି ଗ୍ରହ ବୁଲୁଛନ୍ତି । ଏହି ୮ ଟି ଗ୍ରହ ଭିତରୁ ପୃଥିବୀକୁ ଛାଡି ଆମେ ୫ଟି ଗ୍ରହକୁ ଖାଲି ଆଖିରେ ଦେଖିପାରୁ ।
ସୂର୍ଯ୍ୟାସ୍ତ ପରେ ପଶ୍ଚିମ ଦିଗବଳୟର କିଛି ଉପରେ ଦେଖାଯିବ ଉଜ୍ଜଳ ଶୁକ୍ର ଗ୍ରହ, ତାର କିଛ ଉପରକୁ ଥିବ ଇସତ୍ ହଳଦି ରଙ୍ଗର ଶନି ଗ୍ରହ ଓ ପୂର୍ବ ଦିଗବଳୟର କିଛି ଉପରେ ଥିବ ଉଜ୍ବଳ ବୃହଷ୍ପତି ଗ୍ରହ । ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଡକୁ ଗତି କରି କ୍ରମାନ୍ବୟରେ ଅସ୍ତ ହେବେ । ରାତି ୯ଟା ବେଳକୁ ପ୍ରଥମେ ଶୁକ୍ର ଗ୍ରହ ଅସ୍ତ ହେବ ଓ ପ୍ରାୟ ସେତିକି ବେଳକୁ ଲାଲ ରଙ୍ଗର ମଙ୍ଗଳ ଗ୍ରହ ପୂର୍ବ ଦିଗବଳୟରେ ଉଦୟ ହେବ । ସେହି କ୍ରମରେ ବୁଧ ଗ୍ରହ ପୂର୍ବ ଦିଗବଳୟରେ ଭୋର ସମୟରେ ଉଦୟ ହେବ । ସାଧାରଣତଃ ବୁଧ ଗ୍ରହ, ଖାଲି ଆଖିରେ ଦେଖାଯିବା ଅତ୍ୟନ୍ତ ବିରଳ । ଡିସେମ୍ବର ମାସ ୨୦ ତାରିଖରୁ ୩୦ ତାରିଖ ଯାଏଁ ପୂର୍ବ ଆକାଶରେ ସୂର୍ଯ୍ୟ ଉଦୟର ଠିକ୍ ପୂର୍ବରୁ ଦିଗବଳୟର ପ୍ରାୟ ୩୦ ଡିଗ୍ରୀ ମଧ୍ୟରେ ଦେଖାଯିବ । ଏହା ଛଡା ୟୁରାନସ୍ ଓ ନେପଚୁନ୍ ଗ୍ରହକୁ ମଧ୍ୟ ଛୋଟ ଦୂରବୀକ୍ଷଣରେ ଦେଖି ହେବ ।