- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଉପହାର ସାମଗ୍ରୀ ଯୋଗାଇବା ପାଇଁ ଉତ୍କଳିକାର ବୁଝାମଣାପତ୍ର ସ୍ୱାକ୍ଷରିତ
- ମିଳିଲା ବୋମା ମାଡ ଧମକ, ସମ୍ବଲପୁର କୋର୍ଟ ପରିସରରେ ଜୋରଦାର ଯାଞ୍ଚ
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ଭେଟିଲେ ଟିଏଫଏଲର ଏମଡି
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ନାଲକୋ ଅବସରପ୍ରାପ୍ତ କର୍ମଚାରୀ କଲ୍ୟାଣ ସଂଘ କର୍ମକର୍ତ୍ତାଙ୍କୁ ଭେଟିଲେ
- ଖୁବଶୀଘ୍ର ରାଜ୍ୟରେ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ - ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଆଗାମୀ ୨ ଦିନ ମଧ୍ୟରେ ଘନ କୁହୁଡ଼ି ନେଇ ୩ ଜିଲ୍ଲାକୁ ୱାର୍ଣ୍ଣିଂ : ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୧୩ ଜାନୁଆରୀ- ଆଗାମୀ ୨ ଦିନ ମଧ୍ୟରେ ଘନ କୁହୁଡ଼ି ନେଇ ୩ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ । ସେସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ । ତେବେ ୧୫ ତାରିଖ ଠାରୁ ୧୮ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ସେହିପରି ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଓଡ଼ିଶାର ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, କଟକ ଏବଂ ଖୋର୍ଦ୍ଧା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ଏହାର ପରବର୍ତୀ ଦୁଇ ଦିନ ଅର୍ଥାତ୍ ୧୪ ତାରିଖ ସକାଳ ୮ଟା ୩୦ରୁ ୧୬ ତାରିଖ ସକାଳ ୮ଟା ୩୦ ସୁଦ୍ଧା ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ଅନୁଗୁଳ, କଟକ ଏବଂ ଖୋର୍ଦ୍ଧା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।