Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଆଗାମୀ ୨ ଦିନ ମଧ୍ୟରେ ଘନ କୁହୁଡ଼ି ନେଇ ୩ ଜିଲ୍ଲାକୁ ୱାର୍ଣ୍ଣିଂ : ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
FMNEWS.IN
14-01-2025
ଭୁବନେଶ୍ୱର, ୧୪ ଜାନୁଆରୀ - ଆଗାମୀ ୨ ଦିନ ମଧ୍ୟରେ ଘନ କୁହୁଡ଼ି ନେଇ ୩ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା, କନ୍ଧମାଳ, କଳାହାଣ୍ଡି ଏବଂ ଭଦ୍ରକ । ସେସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ । ତେବେ ୧୬ ତାରିଖ ଠାରୁ ୧୯ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ ।
ସେହିପରି ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଏବଂ ଗଜପତି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।