Breaking News
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଉପହାର ସାମଗ୍ରୀ ଯୋଗାଇବା ପାଇଁ ଉତ୍କଳିକାର ବୁଝାମଣାପତ୍ର ସ୍ୱାକ୍ଷରିତ
- ମିଳିଲା ବୋମା ମାଡ ଧମକ, ସମ୍ବଲପୁର କୋର୍ଟ ପରିସରରେ ଜୋରଦାର ଯାଞ୍ଚ
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ଭେଟିଲେ ଟିଏଫଏଲର ଏମଡି
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ନାଲକୋ ଅବସରପ୍ରାପ୍ତ କର୍ମଚାରୀ କଲ୍ୟାଣ ସଂଘ କର୍ମକର୍ତ୍ତାଙ୍କୁ ଭେଟିଲେ
- ଖୁବଶୀଘ୍ର ରାଜ୍ୟରେ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ - ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୩ ଜିଲ୍ଲାକୁ ୱାର୍ଣ୍ଣିଂ : ଆଗାମୀ ଦୁଇ ଦିନ ୮ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
FMNEWS.IN
02-01-2025
ଭୁବନେଶ୍ୱର, ୨ ଜାନୁଆରୀ - ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୩ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା କନ୍ଧମାଳ, ଅନୁଗୁଳ ଏବଂ ଢ଼େଙ୍କାନାଳ । ସେସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିବ ।
ସେହିପରି ଆଗାମୀ ୨ ଦିନ ମଧ୍ୟରେ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଏବଂ ଯାଜପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।