BIG NEWS
କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ : ଅଣ-ଋଣ ପ୍ରାପ୍ତି ଏବଂ ମୋଟ ବ୍ୟୟ ଯଥାକ୍ରମେ 36.5 ଲକ୍ଷ କୋଟି ଟଙ୍କା ଏବଂ 53.5 ଲକ୍ଷ କୋଟି ଟଙ୍କା ଆକଳନ
ବଜେଟ୍‌ ଗରିବ ବିରୋଧି : କଂଗ୍ରେସ
କର୍ପୋରେଟ ଜଗତ ପାଇଁ ଏହି ବଜେଟ, ସାଧାରଣ ଜନତା ଉପେକ୍ଷିତ: ଭକ୍ତ

ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୪ ଜିଲ୍ଲାକୁ ୱାର୍ଣ୍ଣିଂ : ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା

FMNEWS.IN 18-01-2025
Dense fog warning issued for 4 districts in the next 24 hours: Light to moderate fog likely in some other places

ଭୁବନେଶ୍ୱର, ୧୮ ଜାନୁଆରୀ - ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୪ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ତେବେ ୧୯ ତାରିଖ ଠାରୁ ୨୩ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ ।

ସେହିପରି ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, କେନ୍ଦୁଝର ଏବଂ ଝାରସୁଗୁଡ଼ା । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।