Breaking News
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଉପହାର ସାମଗ୍ରୀ ଯୋଗାଇବା ପାଇଁ ଉତ୍କଳିକାର ବୁଝାମଣାପତ୍ର ସ୍ୱାକ୍ଷରିତ
- ମିଳିଲା ବୋମା ମାଡ ଧମକ, ସମ୍ବଲପୁର କୋର୍ଟ ପରିସରରେ ଜୋରଦାର ଯାଞ୍ଚ
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ଭେଟିଲେ ଟିଏଫଏଲର ଏମଡି
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ନାଲକୋ ଅବସରପ୍ରାପ୍ତ କର୍ମଚାରୀ କଲ୍ୟାଣ ସଂଘ କର୍ମକର୍ତ୍ତାଙ୍କୁ ଭେଟିଲେ
- ଖୁବଶୀଘ୍ର ରାଜ୍ୟରେ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ - ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୪ ଜିଲ୍ଲାକୁ ୱାର୍ଣ୍ଣିଂ : ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
FMNEWS.IN
18-01-2025
ଭୁବନେଶ୍ୱର, ୧୮ ଜାନୁଆରୀ - ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୪ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ତେବେ ୧୯ ତାରିଖ ଠାରୁ ୨୩ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ ।
ସେହିପରି ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, କେନ୍ଦୁଝର ଏବଂ ଝାରସୁଗୁଡ଼ା । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।